ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ । ଗଣ୍ଡଗୋଳ କରି ନିଜ ବିଧାୟକ ପଦ ହରାଇଲେ ପ୍ରଶାନ୍ତ ଜଗଦେବ । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଜଗଦେବଙ୍କୁ ଦଳର ନିଲମ୍ବିତ କରିଛନ୍ତି । ତେବେ ଶାନ୍ତ ବିଜେପି ବିଧାୟକଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା।ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ବିଧାୟକ ବାଲୁଗାଁ ଏନଏସି ଅଫିସ ଆଗରେ ମାଡ ମାରିଥିଲେ। ଏ ନେଇ ଜଗଦେବଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା।

ଏପରିକି ବିଧାୟକଙ୍କୁ ମାଡ଼ ମାରିଥିବା ଘଟଣାର ସମ୍ପୂର୍ଣ୍ଣ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଥିଲା । ଏହା ସହ ନିରଞ୍ଜନଙ୍କୁ ମାଡ ମରା ନେଇ ବିଜେପି ଶାସକ ବିଜୁ ଜନତା ଦଳକୁ ଟାର୍ଗେଟ୍ କରିଥିଲା। ଏହି କାରଣରୁ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ସସପେଣ୍ଡ କରାଯାଇଥିବା ଅନୁମାନ କରାଯାଉଛି। ବିଧାୟକଙ୍କର ଏପରି ଆଭିମୁଖ୍ୟ କିଛି ନୂଆ ନୁହଁ । ଏହା ପୂର୍ବରୁ ତାଙ୍କ ବିରୋଧରେ ଏପରି ଅନେକ ଅଭିଯୋଗ ହୋଇଥିବାର ସୂଚନା ମିଳିଛି ।

ଦଳର ଭାବମୂର୍ତ୍ତି ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷରେ ଗଣେଶ ଜଗଦେବ ଓରଫ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହା ନବୀନ ସରକାରଙ୍କ ପଞ୍ଚମ ପାଳିରେ ପ୍ରଥମ ବଡ ଆକ୍ସନ ଏବଂ ଦଳରୁ ନିଲମ୍ବିତ ହେବାରେ ପଞ୍ଚମ ପାଳିରେ ପ୍ରଶାନ୍ତ ଜଗଦେବ ପ୍ରଥମ ବିଧାୟକ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’