Masthead

୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଚିତାଲାଗି ଅମାବାସ୍ୟା । ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଚିତା ଲାଗି ନୀତି କାରଣରୁ ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆଜି ମହାପ୍ରଭୁଙ୍କ ମସ୍ତକରେ ଲାଗି ହେବ ସୁବର୍ଣ୍ଣ ଚିତା । ଏହି ତିଥିରେ ଶ୍ରୀବିଗ୍ରହଙ୍କ ରତ୍ନଚିତା ଲାଗି ବିଧି ସମ୍ପନ୍ନ ହେବ । ଦଇତାପତି ମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ଦୁର୍ମୁଲ୍ୟ ରତ୍ନଚିତାକୁ ଆଜି ଲଗାଇବେ । ଜଗନ୍ନାଥଙ୍କୁ ଶୁଭ୍ରହୀରା, ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହୋଇଥାଏ ।

ହୀରା ଲୀଳା ଓ ମଣି ମାଣିକ୍ୟରେ ଏହି ଚିତାକୁ ଶ୍ରୀମସ୍ତକରେ ଲାଗି କରିବା ପାଇଁ ଓସ୍ୱ ସାଙ୍ଗରେ ଶ୍ରୀପଟ-ଶ୍ରୀପଟି ମାଧ୍ୟମରେ ଲାଗି କରାଯାଇଥାଏ ବୋଲି ପୌରାଣିକ ତଥ୍ୟ ରହିଛି । ଏଥିସହ ସମୁଦ୍ର ମନ୍ଥନରେ ଯେଉଁ ମାଣିକ୍ୟ ବାହାରିଥିଲା ତାକୁ ବରୁଣ ରାଜା ଦାନ କରିଥିଲେ ଯାହା ଫଳରେ ସେଗୁଡ଼ିକୁ ଆଜି ତାକୁ ଲାଗି କରାଯିବ । ଭୋଗମଣ୍ଡପ ନୀତି ପରେ ଏହି ବିଶେଷ ନୀତି ସମ୍ପନ୍ନ ହେବ । ପୁଷ୍ପାଳକ ସେବାୟତମାନେ ତିନିବାଡ଼ରେ ମଇଲମ କରିବେ । ଏଥିପାଇଁ ଅପରାହ୍ଣ ୨ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ