Masthead

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ। ଶ୍ରାବଣ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ନୀତି ଅନୁଷ୍ଠିତ ହେବ ଚିତାଲାଗି ଅମାବାସ୍ୟା । ଆଜି ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା,ପ୍ରଭୁ ବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ । ଦ୍ଵିପ୍ରହର ଧୂପ ସାରି ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜୀଉଙ୍କ ଝୋବା ମଇଲମ ହୋଇ ଜୟବିଜୟ ଦ୍ଵାର ବନ୍ଦ କରାଯିବ। ପତିମହାପାତ୍ର ସେବକ ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତି ମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜୀଉଙ୍କର ଚିତାଲାଗି କାର୍ୟ୍ୟ ସମ୍ପର୍ଣ୍ଣ କରିବେ।

ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା ।ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ତେବେ ଆଜି ଏହି ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ । ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ ଜ୍ଝ ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ଅପରାହ୍ନ ସାଢେ ୨ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।ଚିତାଲାଗି କରି ଦଇତାପତି ସେବାୟତ ମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସେପଟେ ଆଜି ଅମାବାସ୍ୟା ନାରାୟଣ ଠାକୁର ମଧ୍ୟ ସାଗର ବିଜେ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି