ଧରାବତରଣ କଲେ ପ୍ରଭୁ ଯୀଶୁଖ୍ରୀଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଡ଼ଦିନ, ଖ୍ରୀଷ୍ଟ ଧର୍ମାବଳମ୍ବୀଙ୍କ ବଡ଼ ପର୍ବ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟ। ଏହି ଅବସରରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କରିବା ପରେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ରାଜ୍ୟର ସମସ୍ତ ଚର୍ଚ୍ଚ ଚଳଚଞ୍ଚଳ ହୋଇଛି । ଆଜି ବଡ଼ଦିନରେ ସବୁଆଡ଼େ ଉତ୍ସବମୁଖର । ଚର୍ଚ୍ଚରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟଙ୍କ ସାମୁହିକ ପ୍ରାର୍ଥନା ରାଜ୍ୟର ବିଭିନ୍ନ ସ୍ଥାନରେ ଚର୍ଚ୍ଚମାନଙ୍କରେ ଏନେଇ ସୁନ୍ଦର ସାଜସଜ୍ଜା ହୋଇଛି।

କ୍ରିସମାସ୍ ଟ୍ରି, ସ୍ନୋ ବଲ୍, ରଙ୍ଗୀନ୍ ଆଲୋକମାଳାରେ ଝଲସୁଛି ଚର୍ଚ୍ଚ। ସମୂହ ପ୍ରାର୍ଥନା କରିବାକୁ ଚର୍ଚ୍ଚରେ ଜମିଛି ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କର ଭିଡ଼। କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବିଶ୍ୱର ସର୍ବବୃହତ ବାଲୁକା କଳା ହୋଇଛି। ଯାହା ୱାଲ୍ଡ ରେକର୍ଡ BOOKS OF INDIAରେ ସ୍ଥାନ ପାଇଛି। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଚକୋଲେଟ୍ ସାଣ୍ଟା କ୍ଲଜ୍ ପ୍ରସ୍ତୁତ କରିଛନ୍ତି। ୧୬୦ ଫୁଟ୍ ଲମ୍ବ ଏବଂ ୧୦୦ ଫୁଟ୍ ଚଉଡାର ବାଲୁକା କଳା ନୂଆ ବିଶ୍ୱ ରେକର୍ଡ ହାସଲ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’