Masthead

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା +୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ। ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରାଯାଇଛି । ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି । ଚଳିତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ବିଜ୍ଞାନରେ ପାସ୍ ହାର ୮୪.୯୩% ରହିଛି । ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି । ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି ।

୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି । ତେବେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି