ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ । www.orissaresults.nic.inରେ ପ୍ରକାଶ ପାଇବ ରେଜଲ୍ଟ । ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। ସିଏଚଏସଇ ପକ୍ଷରୁଆଜି ଏହି ସୂଚନା ଦିଆଯାଇଛି। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।