Masthead

କଂଗ୍ରେସ ଭବନରେ ଗୋଷ୍ଠୀ ସଙ୍ଘର୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସ ଭବନରେ ଗୋଷ୍ଠୀ ସଙ୍ଘର୍ଷ । ପୁଣି କଂଗ୍ରେସ ଭବନ ପାଲଟିଲା ରଣକ୍ଷେତ୍ର ।ଦୁଇ ଗୋଷ୍ଠୀ ହେଲେ ମୁହାଁମୁହିଁ । ଓବିସି ସେଲର ଆଜି ବସିଥାନ୍ତା ବୈଠକ । ମାତ୍ର ବୈଠକ ପୂର୍ବରୁ ରାଜ୍ୟ କଂଗ୍ରେସ ଭବନରେ ଘଟିଛି ତୁମୁଳକାଣ୍ଡ । ଦଳର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଛି ମାରପିଟ । ଦଳର ଗୋଟିଏ ଗୋଷ୍ଠୀ ଓବିସି ସେଲ ଅଧ୍ୟକ୍ଷ ବିଷ୍ଣୁ ବାରିକଙ୍କୁ ରୁମରେ ପକାଇଲେ ତାଲା । ଜଗତସିଂହପୁରରେ କଂଗ୍ରେସ କର୍ମୀ ବିଜେଡି ସହ ହାତ ମିଳାଇଥିବା ନେଇ ହୋଇଛି ଅଭିଯୋଗ ।

ଗଣ୍ଡଗୋଳରେ ଚିରଂଜୀବି ବିଶ୍ୱାଳଙ୍କ ସମର୍ଥକ ଥିବା ହେଉଛି ଚର୍ଚ୍ଚା । ଏହି ଘଟଣାରେ ଜଟଣୀ ବିଧାୟକ ସୁର ରାଉତରାୟ ଉତ୍ୟକ୍ତ କର୍ମୀଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ଏହି ଘଟଣାରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । କହିଛନ୍ତି ଦଳ ବିଶୃଙ୍ଖଳାକାରୀଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଅନ୍ୟପଟେ ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ବିଷ୍ଣୁ । କହିଛନ୍ତି ମୁଁ କୌଣସି ଦଳ ବିରୋଧି କାମରେ ହୋଇନି ଲିପ୍ତ । ଏପରି କି ତାଙ୍କୁ ମାଡ ମରାଯାଇଥିବା ନେଇ ଅଭିଯୋଗ କରିଛନ୍ତି ବିଷ୍ଣୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା