Masthead

ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କରୋନା ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ