ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): କରୋନା ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’