Masthead

୨୦ରୁ ୟୁଜି ପିଲାଙ୍କ କ୍ଲାସରୁମ ପାଠପଢ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨୦ରୁ ଅଫଲାଇନ କ୍ଲାସ କରିବେ ୟୁଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀ । କରୋନା ମହାମାରୀ ଯୋଗୁଁ ଅନେକ ଦିନ ଧରି କଲେଜ ବନ୍ଦ ରହିଥିଲା । ଏବେ କରୋନା ସ୍ଥିତିରେ ସୁଧାର ଆସିବା ପରେ କଲେଜ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରଥମ ବର୍ଷ ପିଲାଙ୍କ ପାଠପଢା କଲେଜରେ ଶ୍ରେଣୀଗୃହରେ ଆରମ୍ଭ ହେବ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ ।

ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ବିଶ୍ବବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ସଚିବ । ତାସହ କୋଭିଡ ନିୟମ ମାନିବା ବାଧ୍ୟତାମୂଳକ କରାଯାଇଛି । ତେବେ ଏଥିପାଇଁ ଅନେକ ସର୍ତ୍ତ ବି ରହିଛି । ହଷ୍ଟେଲ୍ ଗୁଡିକ ସୋମବାର ଠାରୁ ଖୋଲିଯିବ। ରାଜ୍ୟରେ ଥିବା ବେସରକାରୀ ବିଶ୍ବବିଦ୍ୟାଳୟ ଗୁଡିକ ମଧ୍ୟ ରାଜ୍ୟ ସରକାରଙ୍କ ଗାଇଡଲାଇନକୁ ପାଳନ କରିବେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ