Masthead

ରାଜନୈତିକ ରାଲିରେ ସାମିଲ ହୋଇ ନିଲମ୍ୱିତ ହେଲେ କିରାଣୀ

ବୌଦ୍ଧ (ବଡ଼ ଖବର ବ୍ୟୁରୋ): ରାଜନୈତିକ ରାଲିରେ ଯୋଗ ଦେଇ ବୌଦ୍ଧ ଜିଲ୍ଲାରେ ପୁଣି ଜଣେ ସରକାରୀ କର୍ମଚାରୀ ନିଲମ୍ବିତ । କଂଟାମାଳ ବ୍ଲକ ଲମ୍ବସରୀ ଗାଁର ରାଧାମାଧବ ଉଚ୍ଚ ବିଦ୍ୟାଳୟର କନିଷ୍ଠ ସହକାରୀ କିରାଣି ନିଲମ୍ବିତ । ନିର୍ଦ୍ଧିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହେବା ପରେ କିରାଣି ସତୟନାରାୟଣ ଦନ୍ତାଙ୍କ ଚାକିରି ଗଲା । ଜିଲ୍ଲା ଶିକ୍ଷାଅଧିକାରୀ ତଦନ୍ତ ପରେ ସତ୍ୟନାରାୟଣଙ୍କୁ ନିଲମ୍ବିତ କରିଛନ୍ତି ।

ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗ ହେବାପରେ ଏହାର ତଦନ୍ତ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ତଦନ୍ତ ପରେ ତାଙ୍କୁ ନିଲମ୍ବନ କରିଛନ୍ତି ବୌଦ୍ଧ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଜେ. ସୋନାଲ। ବାରମ୍ବାର ତାଗିଦ ସତ୍ତ୍ବେ ବୌଦ୍ଧ ଜିଲ୍ଲାରେ ଜଣଙ୍କ ପରେ ଜଣେ ସରକାରୀ କର୍ମଚାରୀ ରାଜନୈତିକ ରାଲି ଓ କାର୍ଯ୍ୟକ୍ରମ ଆଦିରେ ସାମିଲ ହେଉଥିବା ଦେଖାଯାଉଛି ।

ପୂର୍ବରୁ କଣ୍ଟାମାଳ ନିର୍ବାଚନମଣ୍ଡଳିର ଆଦିବାସୀ ହାଇସ୍କୁଲର ସହକାରୀ ଶିକ୍ଷକ ଗୋବର୍ଦ୍ଧନ ପ୍ରଧାନଙ୍କୁ ବଦଳି କରାଯାଇଥିଲା । ରାଜନୈତିକ କାର୍ୟ୍ୟରେ ସମ୍ପୃକ୍ତ ରହୁଥିବା ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଗତ ଏପ୍ରିଲ ୧୩ ତାରିଖ ଦିନ ଜିଲ୍ଲାପାଳ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି