ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସଭାସ୍ଥଳରେ ନିଆଁ ଲଗାଇଲେ ମାଓବାଦୀ

ମଣିପୁର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସଭାସ୍ଥଳରେ ନିଆଁ ଲଗାଇଲେ ମାଓବାଦୀ । ଉଦ୍ଘାଟନର ଦିନକ ପୂର୍ବରୁ ବିଳମ୍ବିତ ରାତିରେ ମଣିପୁରର ଚୁରାଚାନ୍ଦପୁର ଜିଲ୍ଲାର ନ୍ୟୁ ଲାମକାରେ ଥିବା ପିଟି ସ୍ପୋର୍ଟ୍ସ କମ୍ପ୍ଳେକ୍ସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ। ଆଜି ଷ୍ଟାଡିୟମକୁ ମୁଖ୍ୟମନ୍ତ୍ରୀ ବିରେନ ସିଂ ଉଦ୍ଘାଟନ କରିଥାନ୍ତେ।  ତାହା ପୂର୍ବରୁ ସବୁ କିଛି ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଏଥିଯୋଗୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି । ସ୍ଥିତିକୁ ନିୟନ୍ତ୍ରଣ ରଖିବା ପାଇଁ ଗତ ରାତିରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଲାଗୁ କରାଯାଇଛି। ଏଥିସହ ଇଣ୍ଟରନେଟ ସେବାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ।

ସୂଚନାଅନୁଯାୟୀ ମଣିପୁରରେ ଘଟିଥିବା ହିଂସାକାଣ୍ଡ ଆଦିବାସୀ ନେତାଙ୍କ ଫୋରମ୍ ଦ୍ୱାରା ପରିଚାଳିତ ହୋଇଥିବା କୁହାଯାଉଛି । ସଂରକ୍ଷିତ ଓ ସୁରକ୍ଷିତ ଜଙ୍ଗଲ ଏବଂ ଦଳାଭୂଇଁ ଭଳି ଅଞ୍ଚଳରେ ‘ବିଜେପି’ ସରକାର କରୁଥିବା ସର୍ବେକ୍ଷଣକୁ ବିରୋଧ କରି ସେମାନେ ଏଭଳି କାଣ୍ଡ ଭିଆଇଥିବା କୁହାଯାଉଛି। ଉତ୍ତ୍ୟକ୍ତ ଜନତା ଚେୟାର୍‌ ଭଙ୍ଗାଭଙ୍ଗି କରିବା ସହିତ କାର୍ଯ୍ୟକ୍ରମ ସ୍ଥଳ ପରିସରରେ ଥିବା ଅନ୍ୟାନ୍ୟ ପ୍ରତିଷ୍ଠାନରେ ମଧ୍ୟ ଭଙ୍ଗାରୁଜା କରିଥିଲେ। ନିୟୁ ଲାମ୍‌କାସ୍ଥିତି ପି. ଟି. ସ୍ପୋର୍ଟସ୍‌ କମ୍ପ୍ଲେକ୍ସ୍‌ରେ ନବନିର୍ମିତ ‘ଜିମ୍‌’ରେ ଥିବା କ୍ରୀଡ଼ା ଉପକରଣଗୁଡ଼ିକୁ ବି ସେମାନେ ପୋଡ଼ି ପକାଇଛନ୍ତି। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ଚୁରାଚାନ୍ଦପୁର ପ୍ରଶାସନ ଜିଲ୍ଲାର ସୁରକ୍ଷା  ବଢାଇବା ସହ ଜିଲ୍ଲାରେ ଇଣ୍ଟର୍‌ନେଟ୍‌ ସେବା ସାମୟିକ ଭାବେ ସ୍ଥଗିତ ରଖାଯାଇଥିବା ବେଳେ ୧୪୪ ଧାରା ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’