Masthead

ଗାଁରେ ଦୀପାବଳି ପାଳିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ୨ ଦିନିଆ କେନ୍ଦୁଝର ଗସ୍ତରେ ଯାଇ ନିଜ ଗାଁ ରାଇକଳାରେ ଦୀପାବଳି ପାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଘରେ ଦୀପ ଲଗାଇ ସପରିବାର ସହ ଦୀପାବଳି ଉତ୍ସବ ପାଳିଛନ୍ତି ମୁଖ୍ୟମନ୍ତ୍ରୀ। ପରେ ଗ୍ରାମବାସୀଙ୍କ ସହ ମିଶି ପାରମ୍ପରିକ ଗୀତ ଗାଇବା ସହ ମାଦଳ ବାଜା ବଜାଇଥିଲେ। ପୂର୍ବ ପରମ୍ପରା ଓ ସଂସ୍କୃତିକୁ ଭୁଲିପାରିନାହାନ୍ତି ମୁଖ୍ୟମନ୍ତ୍ରୀ। ଗାଁର ବନ୍ଦନା ପର୍ବରେ ଯୋଗ ଦେଇଛନ୍ତି ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ କାଳୀପୂଜା ଓ ଦୀପାବଳି ଉତ୍ସବ, ଯାହାକୁ ସେ ନିଜ ଗାଁରେ ପାଳନ କରିଛନ୍ତି।

ପ୍ରଥମେ ସେ ନିଜ ଗାଁ ମୁଣ୍ଡ ପଡ଼ିଆରେ ଗୋଠାଣି ପୂଜାରେ ଯୋଗ ଦେବାପରେ ନିଜ ପରିବାର ଓ ଆତ୍ମୀୟ ସ୍ୱଜନଙ୍କ ସହିତ ଦୀପାବଳି ପାଳନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ ପାଇଁ ସଜାଇ ହେଇଥିଲା ରାଇକଳା ଗାଁ। ଗାଁ ଦାଣ୍ଡରେ ଝିଅ, ବୋହୂମାନେ ମୁରୁଜ ପକାଇଥିଲେ। ଏଥି ସହିତ କଳସ ସଜାଯାଇଥିଲା। ମୁଖ୍ୟମନ୍ତ୍ରୀ ଗାଁରେ ପହଞ୍ଚିବା ପରେ ସ୍ବାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା। କାଳୀପୂଜା ଘରେ କରିବା ସହ ଗାଁରେ ଲୋକଙ୍କ ସହିତ ନିଜକୁ ସାମିଲ କରିଥିଲେ ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା