ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶରେ ପ୍ରୟାଗରାଜ ମହାକୁମ୍ଭ ମେଳା ପାଇଁ ଖୁବ ଜୋର ସୋରରେ ପ୍ରସ୍ତୁତି ଚାଲିଛି। ତେବେ ଏହି ମହାକୁମ୍ଭ ମେଳା ପାଇଁ ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ କରାଯାଇଥିବା ଖବର ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ମୋହନ ମାଝୀଙ୍କୁ ନିମନ୍ତ୍ରଣ ରହିଛି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟି ମହାକୁମ୍ଭରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଥିଲେ।

ଉତ୍ତର ପ୍ରଦେଶର ଏହି ମନ୍ତ୍ରୀ ଦ୍ୱୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଗଙ୍ଗା ଜଳରେ ପୂର୍ଣ ଏକ ଶୁଭ କଳସ ଓ ମହାକୁମ୍ଭର ଏକ ଲୋଗୋ ପ୍ରଦାନ କରିଥିଲେ। ଏହି ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। ଜାନୁଆରୀ ୧୩ରୁ ଫେବୃଆରୀ ୨୬ ଯାଏଁ ଚାଲିବ ଏହି ମହାକୁମ୍ଭ ମେଳା। ଉତ୍ତରପ୍ରଦେଶର ସଂଗମ ନଗରୀରେ ହେବାକୁ ଥିବା ଏହି କୁମ୍ଭମେଳାରେ ଭକ୍ତମାନେ ଗୋଟିଏ ସ୍ଥାନରେ ହିଁ ଦ୍ୱାଦଶ ଜ୍ୟେତିଲିଙ୍ଗ ଦର୍ଶନ କରିପାରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ