Masthead

ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଏଡ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ: ଜାଣନ୍ତୁ କ’ଣ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଇଉରୋପ ଓ ଅନ୍ୟ ପାଶ୍ଚାତ୍ୟ ଦେଶମାନଙ୍କରେ ପ୍ରଥମ ପର୍ଯ୍ୟାୟ କୋଭିଡ ସଂକ୍ରମଣ ପରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଚାଲିଛି। ଓଡ଼ିଶାରେ ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଥିବାରୁ ଆମକୁ ଏବେଠୁ ସର୍ତକ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି କୋଭିଡ ମୁକାବିଲା ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଏଡ଼ାଇବାକୁ ହେଲେ କୋଭିଡ ନିୟମ ଯଥା- ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଏବଂ ହାତ ଧୋଇବା ଆଦି ବ୍ୟବସ୍ଥାକୁ କଡ଼ାକଡ଼ା ଭାବରେ ପାଳନ କରିବାକୁ ପଡ଼ିବ। ଏଥିରେ ଆଦୌ କୋହଳ କରାଯାଇପାରିବ ନାହିଁ କାରଣ ଲକଡାଉନ ପରି କଠିନ ପରିସ୍ଥିତିକୁ ଏଡ଼ାଇବା ପାଇଁ ଏହା ହିଁ ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ରାଜ୍ୟର କରୋନା ସଂକ୍ରମଣ ହାର କମିଥିବାରୁ ଓ ଆରୋଗ୍ୟ ହାର ବଢୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ। ପୂଜା ସମୟରେ କୋଭିଡ ନିୟମ ମାନିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରଶାସନ ଓ ପୋଲିସ କାର୍ଯ୍ୟକୁ ମଧ୍ୟ ଉଚ୍ଚ ପ୍ରଶଂସା କରିଥିଲେ ନବୀନ। ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରିବାକୁ ଅନୁରୋଧ କରିଛନ୍ତି ନବୀନ। ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକମାନଙ୍କୁ ଜିଲ୍ଲାଗସ୍ତ କରିବା ସହିତ କଟକଣାକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏତଦବ୍ୟତୀତ କୋଭିଡ ପରବର୍ତ୍ତୀ ସ୍ୱାସ୍ଥ୍ୟର ଯତ୍ନ ସମ୍ପର୍କରେ ବ୍ୟାପକ ସଚେତନତା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କରୋନା ସମୟରେ ଜୀବନ-ଜୀବିକା ଉପରେ ଗୁରୁତ୍ୱ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗକୁ ପରାମର୍ଶ ଦେଇଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଯୋଗଦେଇ କହିଥିଲେ, ରାଜ୍ୟରେ ଏବେ କରୋନା ସଂକ୍ରମଣ କମିଛି ଏବଂ ହସ୍ପିଟାଲରେ ଆଇସିୟୁ ଓ ଶଯ୍ୟା ଯଥେଷ୍ଟ ରହିଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ କୋଭିଡ ପରବର୍ତ୍ତୀ ଯତ୍ନ ପାଇଁ ଷ୍ଟାଣ୍ଡାର୍ଡ ପ୍ରୋଟୋକଲ ପ୍ରସ୍ତୁତ କରିବା ପାଇଁ ଟାସ୍କଫୋର୍ସ ଗଠନ କରାଯାଇଛି ବୋଲି ତ୍ରିପାଠୀ କହିଛନ୍ତି। ସେହିପରି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପିକେ ମିଶ୍ର କହିଥିଲେ, ଜାତୀୟ ସ୍ତର ତୁଳନାରେ ଆମ ରାଜ୍ୟରେ ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ମୃତ୍ୟୁ ହାର ହ୍ରାସ ପାଇଛି। ରାଜ୍ୟରେ ଟିକାକରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଛି। ସେହିପରି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଓ ଜିଲ୍ଲାପାଳମାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଗଠନ କରାଯାଇଥିବା ବୈଠକରେ ସୂଚନା ଦିଆଯାଇଥିଲା। ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ କମିଶନର ପି.କେ ଜେନା ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି