ଭରତପୁର ଘଟଣା, ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ । ୬୦ ଦିନ ମଧ୍ୟରେ ଆସିବ ତଦନ୍ତ ରିପୋର୍ଟ। ଏହା ସହିତ ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି । ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି । ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି ।

ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ପୋଲିସ ଡିଜି ୱାଇ.ବି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ