Masthead

ଭରତପୁର ଘଟଣା, ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ । ୬୦ ଦିନ ମଧ୍ୟରେ ଆସିବ ତଦନ୍ତ ରିପୋର୍ଟ। ଏହା ସହିତ ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି । ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି । ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି । ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି ।

ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍ ମଧ୍ୟ କରାଯାଇଛି । ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ପୋଲିସ ଡିଜି ୱାଇ.ବି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ