Masthead

ଦିନ ୧ଟା ସୁଦ୍ଧା ସରିବ ରାସ୍ତା ସଫା କାମ, ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ହେବ ସ୍ବାଭାବିକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଏନେଇ ସେ ଏକ ବୈଠକ କରିଥିଲେ। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଥିଲେ।ବାତ୍ୟା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜିରୋ କାଜୁଆଲିଟିରେ ସଫଳ ହୋଇଛୁ।

ସଫଳ ମୁକାବିଲା ପାଇଁ ସବୁ ବିଭାଗକୁ ସେ ପ୍ରଶଂସା କରିଛନ୍ତି। କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତସେବା ସ୍ବାଭାବିକ ହେବ।୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା କାଳରେ ୧୬ ଶହ ଶିଶୁ ଜନ୍ମ ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାପାଳଙ୍କ ସହିତ ବାତ୍ୟା ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆଲୋଚନା କରିଥିଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା