Masthead

ପ୍ରଥମେ ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଧାନସଭାରେ ନବନିର୍ବାଚିତ ବିଧାୟକଙ୍କ ଶପଥ ପାଠ । ଶପଥ ନେଉଛନ୍ତି ରାଜ୍ୟର ନବନିର୍ବାଚିତ ବିଧାୟକ । ଶପଥ ପାଠ କରାଉଛନ୍ତି କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡିଶାରେ ବିଜେପି ସରକାର ଗଠନ ହେବା ପରେ ପ୍ରଥମଥର ପାଇଁ ବିଧାନସଭାରେ ୩ ଦିନିଆ ଅଧିବେଶନ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବିଧାୟକ ବିଧାନସଭାରେ ଶପଥ ନେଇଛନ୍ତି। ନୂଆ ବିଧାୟକମାନେ ବିଧାନସଭା ଦ୍ୱାରରେ ମୁଣ୍ଡିଆ ମାରି ପ୍ରବେଶ କରୁଥିବା ଦେଖାଯାଇଛି।
ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ ଦାଖଲ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ବିରୋଧୀ ପ୍ରାୟତଃ ବାଚସ୍ପତି ନିର୍ବାଚନ ଲାଗି ନିଜର ପ୍ରାର୍ଥୀ ଦେଇ ନ ପାରନ୍ତି। ଅନ୍ୟପଟେ ବିଜେପିରୁ କାହାକୁ ବାଚସ୍ପତି ପଦ ଲାଗି ପ୍ରାର୍ଥୀ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି। ନୂଆ ବାଚସ୍ପତି ନିର୍ବାଚନ ପରିଚାଳନା ମଧ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ କରାଇବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ