Masthead

ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡ଼ିତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା । ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ । ‘ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ବ୍ୟବସ୍ଥା କରାଯାଇଛି’ । ‘ଚିନ୍ତା କରନି, ଧୈର୍ୟ୍ୟ ଧର, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି’ । ଦୋଷୀ ନିଶ୍ଚିତ ଭାବରେ ଦଣ୍ଡ ପାଇବେ । ପାଠ ପଢ଼ିବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ।

ପୀଡ଼ିତାଙ୍କ ମାଆ ଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ଅପରାଧୀମାନେ ଯେପରି ଶୀଘ୍ର ଏବଂ ଦୃଷ୍ଟାନ୍ତମୂଳକ ଦଣ୍ଡ ପାଇବେ, ସେଥିପାଇଁ ଓଡ଼ିଶା ସରକାର ତାଙ୍କର ଉଦ୍ୟମ ଜାରିରଖିଛନ୍ତି ବୋଲି କହିଥିଲେ। ସେଠାରେ ଉପସ୍ଥିତ ରାଜ୍ୟ ମହିଳା କମିଶନ୍ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ସହିତ ଯୋଗାଯୋଗ ରକ୍ଷା କରିବା କରି ଝିଅକୁ ତୁରନ୍ତ  ନ୍ୟାୟ ପ୍ରଦାନ ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେବା ସହିତ, ଚାପ ସୃଷ୍ଟି କରିବା ପାଇଁ ସବୁ ଫୋରମ୍ ର ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସଂପୃକ୍ତ ପୀଡ଼ିତା ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ତାଙ୍କ ବାପାଙ୍କ ସହିତ ମଧ୍ୟ କଥା ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ