Masthead

ଆଜିଠାରୁ ସଚିବାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରସ୍ତୁତ । ଆଜିଠାରୁ ସଚିବାଳୟ ତୃତୀୟ ମହଲାରେ ଥିବା କାର୍ଯ୍ୟାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମିଳିଥିବା ସୂଚନା ଅନୁସାରେ ସକଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂଜା କରାଯିବ । ସକାଳ ସାଢ଼େ ୯ଟାରେ କାର୍ୟ୍ୟାଳୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।ଆଜିଠାରୁ ନିୟମିତ ଭାବେ ସଚିବାଳୟର ତୃତୀୟ ମହଲାରୁ କାର୍ଯ୍ୟ କରିବେ ମୁଖ୍ୟମନ୍ତ୍ରୀ । ଗତ ଜୁନ୍ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ମାଝୀ ।

ଶପଥ ଗ୍ରହଣ ପରେ ତତ୍କାଳ ସେଇ ସନ୍ଧ୍ୟାରେ ହିଁ ସଚିବାଳୟରେ କ୍ୟାବିନେଟ ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ । ମାତ୍ର ସଚିବାଳୟରେ ତାଙ୍କ କାର୍ଯ୍ୟାଳୟ ପ୍ରସ୍ତୁତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ନିୟମିତ କାର୍ଯ୍ୟ ଚଳାଇଥିଲେ । ରାଜ୍ୟ ଅତିଥି ଭବନ ପାଲଟିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ସେଠାରେ ନିୟମିତ ବିଭିନ୍ନ ବୈଠକ କରୁଥିଲେ ମୁଖ୍ୟମନ୍ତ୍ରୀ । ପ୍ରତିଦିନ ଶହଶହ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସମସ୍ୟା ବି ଜଣାଉଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ