Masthead

ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ