ଉତ୍କଳମଣି ଗୋପବନ୍ଧୁଙ୍କ ଗାଁ ବୁଲିଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରତ୍ୟୁଷରେ ପୁରୀ ଶ୍ରୀମନ୍ଦିରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରୀ ମଣ୍ଡଳ ସଦସ୍ୟମାନଙ୍କ ସହିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ଶ୍ରୀମନ୍ଦିରର ଚାରି ଦ୍ୱାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବା ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋକୁ ଆସିଥିଲେ। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ମଧ୍ୟ ଉପସ୍ଥିତ ଥିଲେ। ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ। ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍‌ ଶୀଘ୍ର ପୂରଣ ହେବ। ସେ ଆହୁରି ମଧ୍ୟ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ