Before Header

ଗଞ୍ଜାମରେ ମୁଖ୍ୟମନ୍ତ୍ରୀ

0 140

ଆସିକା(ବଡ଼ ଖବର ବ୍ୟୁରୋ): ଗଞ୍ଜାମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। କବିସୂର୍ଯ୍ୟନଗର ପରେ ହିଞ୍ଜିଳି ଏବଂ ଶେଷ କାର୍ଯ୍ୟକ୍ରମ ଛତ୍ରପୁର ରହିଛି । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ୧୯୫୨.୮୯ କୋଟି ଟଙ୍କାର ୮୨୫ଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ । ଏଥିସହ ୨୨ ହଜାର ୨ଶହ ସ୍ୱୟଂ ସହାୟକ ଗୋଷ୍ଠୀର ୨କୋଟି୨୪ ଲକ୍ଷ ମିଶନ ଶକ୍ତି ମହିଳାଙ୍କୁ ୬୧୯ କୋଟି ଟଙ୍କାର ବିନା ସୁଧରେ ଋଣ ଓ ସହାୟତା ପ୍ରଦାନ କରିବେ । ୨୦ ହଜାର ହିତାଧିକାରୀଙ୍କୁ ଗ୍ରାମ କଟଂକ ପଟ୍ଟା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.