Masthead

ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନ ଦାଖଲ କରିବେ । ସେ ପ୍ରଥମେ ମା’ ତାରାତାରିଣୀଙ୍କ ଦର୍ଶନ କରିବେ । ପରେ ଛତ୍ରପୁର ଯାଇ ସେଠାରେ ପ୍ରାର୍ଥିପତ୍ର ଦାଖଲ କରିବେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ପକ୍ଷରୁ ଛତ୍ରପୁରରେ ବିରାଟ ପଟୁଆରର ଆୟୋଜନ ହୋଇଥିବା ସୂଚନା ମିଳିଛି । ୨୦୦୦ରୁ ଲଗାତାର ଭାବେ ହିଞ୍ଜିଳି ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଛନ୍ତି ମୁଖ୍ୟମନ୍ତ୍ରୀ। ଚଳିତ ଥର ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ଲଢ଼ୁଛନ୍ତି ।

ତଥାପି ହିଞ୍ଜିଳି ତାଙ୍କ ପ୍ରାଥମିକତା ସୂଚୀରେ ରହିଛି । ଆସିକା ଲୋକସଭା ଆସନ ଅନ୍ତର୍ଗତ ହିଞ୍ଜିଳି ବିଧାନସଭା କ୍ଷେତ୍ରରେ ଆସନ୍ତା ୨୦ ତାରିଖରେ ମତଦାନ ହେବ । ସେଥିପାଇଁ ଏବେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ । ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ ।

ସେଠାରୁ କାର୍ ରେ ମା’ତାରାତାରିଣୀଙ୍କ ପୀଠକୁ ଯିବେ । ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟ୍ ରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ ।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର