Masthead

ମହାକୁମ୍ଭ ମେଳା ଦଳାଚକଟା ଘଟଣା, ମୃତକଙ୍କ ପରିବାରକୁ ୨୫ ଲକ୍ଷ ସହ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖଦ କହିବା ସହ ମୃତ ଶ୍ରଦ୍ଧାଳୁଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି। ଏଥିସହ ଘଟଣାର ତଦନ୍ତ ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ରାତି ପ୍ରାୟ ସାଢେ ଗୋଟାଏରୁ ଦୁଇଟା ମଧ୍ୟରେ ଏହି ଦଳାଚକଟା ହୋଇଥିଲା ।

ହଠାତ୍ ବ୍ୟାରିକେଡ ଭାଙ୍ଗି ଭିଡ ଉପରେ ଭିଡ ଚଢିଯିବାରୁ ଏଭଳି ଦଳଚକଟା ହୋଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨୫ ଲକ୍ଷର ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛନ୍ତି । ଦଳାଚକଟା ପରେ ସାହିସ୍ନାନ ନ କରିବାକୁ ପ୍ରଶାସନ ଘୋଷଣା କରିଥିଲା । ୧୩ଟି ଆଖଡା ସହ ଆଲୋଚନା ହୋଇଥିଲା। ମଧ୍ୟାହ୍ନ ପରେ ସାହିସ୍ନାନ ହୋଇଥିଲା । ୩୦ ମୃତକଙ୍କ ମଧ୍ୟରେ ୨୫ ଜଣଙ୍କୁ ଚିହ୍ନଟ ହୋଇଛି ।

ଅନେକ ଆହତଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ସେପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି କେଉଁ କାରଣ ପାଇଁ ଅଘଟଣ ଘଟିଲା ତଦନ୍ତ ହେବ । ଭିଡ଼ ନିୟନ୍ତ୍ରଣରେ କାହିଁକି ତ୍ରୁଟି ହେଲା ତାହା ମଧ୍ୟ ତଦନ୍ତ କରାଯିବ । ଘଟଣାର ତଦନ୍ତ ପାଇଁ ଗଠନ ହେଲା ନ୍ୟାୟିକ ତଦନ୍ତ କମିଟି । ୩ ଜଣିଆ କମିଟି କରିବେ ଦଳଚକଟା ଘଟଣାର ତଦନ୍ତ । କୌଣସି ଗୁଜବ ଉପରେ ଧ୍ୟାନ ନ ଦେବାକୁ ଦେଲେ ପରାମର୍ଶ ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା