Masthead

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ମନମୋହନ ସାମଲ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ହୋଇପାରେ । କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି ମୋହନ-ମନମୋହନ । କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ ଆଲୋଚନା କରିପାରନ୍ତି ।

ଉଭୟ ମୋହନ ଓ  ମନମୋହନଙ୍କ ସମାନ ସମୟରେ ଦିଲ୍ଲୀ  ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗତ ୫ ତାରିଖରେ  ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ । ଏହି  ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ  ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ  ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ।  ବିଜେପି ନୂଆ  ଟିମ୍‌ ନେଇ ମଧ୍ୟ ଆଲୋଚନା ହୋଇଛି ।  ଆଗକୁ ପୁଣି ଥରେ ଶୀର୍ଷ ନେତୃତ୍ୱଙ୍କ  ସହ ତାଙ୍କର ବୈଠକ ବସିବ ।

 ରବିବାର ବିଳମ୍ବିତ ରାତିରେ ସେ ପୁଣି ଥରେ ଦିଲ୍ଲୀ ଯାଇଛନ୍ତି । ନିଗମ ଓ ବୋର୍ଡ ନିଯୁକ୍ତି ସହିତ ବିଜେପିର ନୂଆ ଟିମ୍‌ ଗଠନ ଉପରେ କେନ୍ଦ୍ରୀୟ ନେତାଙ୍କ ସହ ତାଙ୍କର ଆଲୋଚନା ହୋଇଛି । ଖୁବ୍‌ଶୀଘ୍ର ଏହା ଘୋଷଣା କରାଯିବ । ବିଧାନସଭାର ମୌସୁମୀ ଅଧିବେଶନ ପରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବ ବୋଲି ସୂଚନା ମିଳିଛି । ମନମୋହନଙ୍କ  ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ