Masthead

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । ମନମୋହନ ସାମଲ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ହୋଇପାରେ । କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି ମୋହନ-ମନମୋହନ । କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ ଆଲୋଚନା କରିପାରନ୍ତି ।

ଉଭୟ ମୋହନ ଓ  ମନମୋହନଙ୍କ ସମାନ ସମୟରେ ଦିଲ୍ଲୀ  ଗସ୍ତ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଗତ ୫ ତାରିଖରେ  ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିଥିଲେ । ଏହି  ସମୟରେ ସେ ରାଷ୍ଟ୍ରପତି ଦ୍ରୌପଦୀ  ମୁର୍ମୁ, କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ  ମନୋହର ଲାଲ ଖଟ୍ଟରଙ୍କୁ ଭେଟିଥିଲେ।  ବିଜେପି ନୂଆ  ଟିମ୍‌ ନେଇ ମଧ୍ୟ ଆଲୋଚନା ହୋଇଛି ।  ଆଗକୁ ପୁଣି ଥରେ ଶୀର୍ଷ ନେତୃତ୍ୱଙ୍କ  ସହ ତାଙ୍କର ବୈଠକ ବସିବ ।

 ରବିବାର ବିଳମ୍ବିତ ରାତିରେ ସେ ପୁଣି ଥରେ ଦିଲ୍ଲୀ ଯାଇଛନ୍ତି । ନିଗମ ଓ ବୋର୍ଡ ନିଯୁକ୍ତି ସହିତ ବିଜେପିର ନୂଆ ଟିମ୍‌ ଗଠନ ଉପରେ କେନ୍ଦ୍ରୀୟ ନେତାଙ୍କ ସହ ତାଙ୍କର ଆଲୋଚନା ହୋଇଛି । ଖୁବ୍‌ଶୀଘ୍ର ଏହା ଘୋଷଣା କରାଯିବ । ବିଧାନସଭାର ମୌସୁମୀ ଅଧିବେଶନ ପରେ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହେବ ବୋଲି ସୂଚନା ମିଳିଛି । ମନମୋହନଙ୍କ  ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ  ମାଝୀ ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ