Masthead

କୋଇଲା ସଙ୍କଟ, ପିଏମଓରେ ବସିବ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ କୋଇଲା ଅଭାବ ହେତୁ ଅନେକ ରାଜ୍ୟରେ ବିଦ୍ୟୁତ ସଙ୍କଟ ଦେଖାଦେଇଛି । ଏହା ସହ ଏପରି ଅନେକ ରାଜ୍ୟ ଅଛନ୍ତି ଯେଉଁଠାରେ କୋଇଲା ଭଣ୍ଡାରରେ ଥିବା କୋଇଲା ସରିବା ଉପରେ ରହିଛି । ଏନେଇ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ପ୍ରସଙ୍ଗ ଉପରେ ହସ୍ତକ୍ଷେପ କରିବାକୁ ଏବଂ ତୁରନ୍ତ କୋଇଲା ଯୋଗାଣ ସୁନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଭାରତରେ କୋଇଲା ସଙ୍କଟକୁ ନେଇ ଆଜି ଏକ ବଡ଼ ବୈଠକ ହେବାକୁ ଯାଉଛି ।

ବର୍ତ୍ତମାନର ପରିସ୍ଥିତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କୋଇଲା ଓ ଶକ୍ତି ସଚିବ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ସୂଚନା ଦେବେ । କୋଇଲା ଅଭାବର ଖବର ପରେ କିଛି ଅଞ୍ଚଳରେ ବ୍ଲାକଆଉଟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାର ଆଲର୍ଟ ହୋଇଛନ୍ତି । ସୋମବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ ।ତେବେ ପିଏମଓରେ ଶକ୍ତି ଓ କୋଇଲା ମନ୍ତ୍ରଣାଳୟର ସଚିବ ଆଜି ବର୍ତ୍ତମାନ ସ୍ଥିତିର ସୂଚନା ଦେବେ ।

ପଞ୍ଜାବ, ଦିଲ୍ଲୀ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର ଓ କର୍ଣ୍ଣାଟକ ବିଗୁଡ଼ୁଥିବା ଅବସ୍ଥାକୁ ନେଇ ପୂର୍ବରୁ ଚିନ୍ତା ପ୍ରକଟ କରିଛନ୍ତି । ଅବଶ୍ୟ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆରକେ ସିଂହ ଭରସା ଦେବା ସହିତ ଏହାକୁ ଅନାବଶ୍ୟକ ଭୟ ବୋଲି କହିଛନ୍ତି ଓ ଡିଆଇଏସସିଓଏମଏସ କୁ କାର୍ଯ୍ୟାନୁଷ୍ଠାନ ପାଇଁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା