Masthead

ଉପକୂଳ ମୁହାଁ ବାତ୍ୟା ’ବିପର୍ଯ୍ୟୟ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅତି ଭୀଷଣ ରୂପ ନେଇ ଉପକୂଳ ଆଡ଼କୁ ମୁହାଁଉଛି ’ବିପର୍ଯ୍ୟୟ’ । ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ବିପର୍ଯ୍ୟୟ ଆଜି ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ । ଗୁଜରାଟରେ ଜଖଉ ପୋର୍ଟ ଆଖପାଖରେ ବାତ୍ୟା ‘ବିପର୍ଯ୍ୟୟ’ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଗୁଜରାଟ ଉପକୂଳରେ ବାତ୍ୟା ମାଡ଼ ସମ୍ଭାବନା ରହିଥିବା ବେଳେ ଷ୍ଟେଟ ଏମର୍ଜେନ୍ସି ଅପରେସନ ସେଣ୍ଟରରେ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ପୋରବନ୍ଦରଠାରୁ ୩୩୦ କିଲୋମିଟର ଓ ଦ୍ବାରକାଠାରୁ ୨୬୦ କିମି ଦୂରରେ ରହିଛି ବାତ୍ୟା ।

ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ଘଣ୍ଟା ପ୍ରତି ୧୨୫ରୁ ୧୩୫ କିଲୋମିଟର ରହିବ । ଅଧିକରୁ ଅଧିକ ୧୫୦ କିମି ପର୍ଯ୍ୟନ୍ତ ପବନ ବହିବା ସମ୍ଭାବନା ରହିଛି ବୋଲି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ତଳିଆ ଅଞ୍ଚଳରେ ୬ ମିଟର ଉଚ୍ଚରେ ଜୁଆର ଉଠିବ ପାଣିପାଗ ବିଭାଗ ଆକଳନ କରିଛି । ତେଣୁ ଗୁଜରାଟର ତଳିଆ ଅଂଚଳ ସୌରାଷ୍ଟ୍ର ଏବଂ କଚ୍ଛରେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ସୌରାଷ୍ଟ୍ର ଓ କଚ୍ଛର ତଳିଆ ଅଞ୍ଚଳର ପ୍ରାୟ ୭୫ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ