Masthead

୪ରୁ ବଢ଼ିବ ଥଣ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୪ ତାରିଖରୁ ବଢ଼ିବ ଥଣ୍ଡା । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ ଖସିଯିବ । ଏବେ ପାରଦ ଉପରମୁହାଁ ହେବା ଯୋଗୁ ଅନେକ ସ୍ଥାନରୁ ଥଣ୍ଡା କମିଛି । କିନ୍ତୁ ୨ଦିନ ପରେ ଥଣ୍ଡା ପୁଣି ବଢ଼ିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୨ ଓ ୩ ତାରିଖ ରାତିରେ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ଉପରେ ରହିବ । ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ପାରଦ ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ସବୁଠୁ କମ୍ ବା ୧୧.୫ ଡିଗ୍ରୀ ଅନୁଭୂତ ହୋଇଛି । ଜି.ଉଦୟଗିରିରେ ୧୨.୪, ଝାରସୁଗୁଡ଼ାରେ ୧୩.୭, ବୌଦ୍ଧରେ ୧୩.୮, କେନ୍ଦୁଝର ଓ ଫୁଲବାଣୀରେ ୧୪, ରାଉରକେଲାରେ ୧୪.୫, ଢେଙ୍କାନାଳ ଓ ଅନୁଗୁଳରେ ୧୪.୬, ଝାରସୁଗୁଡ଼ାରେ ୧୩.୭, ଭଦ୍ରକରେ ୧୪, କଟକରେ ୧୫, ବଲାଙ୍ଗିରରେ ୧୫.୨, ସୁନ୍ଦରଗଡ଼ରେ ୧୫.୪, ନୂଆପଡ଼ା ଓ ନବରଙ୍ଗପୁରରେ ୧୫.୫ ଡିଗ୍ରୀ ରେକର୍ଡ ହୋଇଛି । ଫୁଲବାଣୀରେ ସ୍ୱାଭାବିକଠାରୁ ୩ ଡିଗ୍ରୀ ଅଧିକ ତାପମାତ୍ରା ରେକର୍ଡ ହୋଇଛି । ଟିଟିଲାଗଡ଼ରେ ସ୍ୱାଭାବିକଠାରୁ ୪.୨, ବଲାଙ୍ଗିରରେ ୨.୬, ସୁନ୍ଦରଗଡ଼ରେ ୨.୪ ଓ କେନ୍ଦୁଝରରେ ୧.୧ ଡିଗ୍ରୀ ଅଧିକ ରେକର୍ଡ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି