Masthead

କମୁଛି ପାରଦ, ଜାଡ଼ରେ ଥରୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଶୀତର ଲହରୀ ଜାରି। ଆସନ୍ତା ୨୬ ତାରିଖ ଯାଏ ରାଜ୍ୟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ପଶ୍ଚିମ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ରାଜ୍ୟର ସର୍ବନିମ୍ନ ରାତି ତାପମାତ୍ରା କୋରାପୁଟଠାରେ ୫.୫ ଡିଗ୍ରି ରେକର୍ଡ ହୋଇଛି । ଜି. ଉଦୟଗିରିରେ ୬.୮ ଡିଗ୍ରି, ଦାରିଙ୍ଗିବାଡ଼ିରେ ୭ ଡିଗ୍ରି, ସେମିଳିଗୁଡ଼ା ଓ ଫୁଲବାଣୀରେ ୮ ଡିଗ୍ରି, ବୌଦ୍ଧରେ ୯.୨ ଡିଗ୍ରି, ଚିପିଲିମା ଓ ରାଉରକେଲାରେ ୯.୯ ଡିଗ୍ରି ରେକର୍ଡ ହୋଇଛି । ସେହିପରି ଅନୁଗୁଳ ଓ ଭବାନୀପାଟଣାରେ ୧୦ ଡିଗ୍ରି, ଝାରସୁଗୁଡ଼ାରେ ୧୦.୪ ଡିଗ୍ରି ଓ ବଲାଙ୍ଗୀରରେ ୧୦.୮ ଡିଗ୍ରି ରାତି ପାରଦ ରହିଥିଲା ।

ସେହିପରି ଆଜିଠାରୁ ୨୬ ତାରିଖ ଯାଏ ସୁନ୍ଦରଗଡ଼, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦୁଝର, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ବିକ୍ଷିପ୍ତ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିପାରେ । ୨୭ ତାରିଖ ଯାଏ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କନ୍ଧମାଳ ଜିଲ୍ଲାରେ ଶୀତ କଲବଲ କରୁଛି । ଜି. ଉଦୟଗିରି ରେ ଜାରି ରହିଛି ଶୀତ ଲହରୀ । ଦିନ ତମାମ ଖରାରେ ଲୋକଙ୍କ ସମୟ ବିତୁଥିବା ବେଳେ ସନ୍ଧ୍ୟା ନଇଁଲେ ନିଆଁ ପାଲଟିଛି ସାହାରା । ସୁବର୍ଣ୍ଣପୁର ଜିଲ୍ଲାରେ ବି ହାଡଭଙ୍ଗା ଶୀତ ସହ ଘନ କୁହୁଡିର ଏକ ଆସ୍ତରଣ ସକାଳ ୧୦ଟା ପର୍ଯ୍ୟନ୍ତ ଢାଙ୍କି ରଖୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା! 🔴 ସ୍ୱଧର୍ମକୁ ଫେରିବା ପାଇଁ ପୁନର୍ଜନ୍ମ 🔴 ପାକିସ୍ତାନ କ୍ୱେଟାରେ ଆତ୍ମଘାତୀ ବିସ୍ଫୋରଣ, ୨୩ ମୃତ 🔴 ହ୍ବାଇଟ ହାଉସ ବାହାରେ ୨୫ ରାଉଣ୍ଡ ଫାୟରିଂ 🔴 ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ପୋଲିସ୍‌ SIସ୍କାମ୍: ୧୭ଜଣଙ୍କ ଜାମିନ ଖାରଜ 🔴 ପୌରାଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ 🔴 ଲ୍ୟାମ୍ପସ୍ MDଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ଓଡ଼ିଶାରେ ରେକର୍ଡ ତାତି 🔴 ପୁଲୱାମା ମାଷ୍ଟର ମାଇଣ୍ଡକୁ ହତ୍ୟା 🔴 ଘରୁ ବାହାରକୁ ବାହାରନ୍ତୁନି…ଅଂଶୁଘାତ ସମ୍ଭାବନା!