Masthead

ବଡ଼ଦିନରୁ ବଢିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିବ ଶୀତ। ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ଡିସେମ୍ବର ୨୫ ତାରିଖରୁ ରାଜ୍ୟରେ ଶୀତର ପ୍ରକୋପ ଵୃଦ୍ଧି ସମ୍ଭାବନା । ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହ ଵୃଦ୍ଧି ଯୋଗୁ ବଢିପାରେ ଶୀତ । ପଶ୍ଚିମା ଝଡ଼ ପ୍ରସ୍ଥାନ ପ୍ରଭାବରେ ରାତ୍ରି ତାପମାତ୍ରା କମିବା ଆଶଙ୍କା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା । ଆଗରୁ ଉତ୍ତର ପଶ୍ଚିମ ଓ ଉତ୍ତର ଦିଗରୁ ଜୋର୍‌ରେ ଥଣ୍ଡା ପବନ ବହୁଥିଲା । ଏହା ପ୍ରଭାବରେ ଶୀତ ଅଧିକ ଅନୁଭୂତ ହେଉଥିଲା । ଏବେ ପବନର ବେଗ ସାମାନ୍ୟ କମିପାରେ । କିନ୍ତୁ ଶୀତର ପ୍ରକୋପରେ ବେଶି ପରିବର୍ତ୍ତନ ଆସିବନି, ଏହା ଜାରି ରହିବ । ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ । ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ଆକଳନ କରିଛନ୍ତି ।

ବାୟୁମଣ୍ଡଳରେ ଜଳୀୟବାଷ୍ପ ନଥିବାରୁ ଶୀତ ଅଧିକ ହେଉଥିଲା । ଏବେ ସମୁଦ୍ରରୁ ସ୍ଥଳଭାଗକୁ ଅଧିକ ଜଳୀୟବାଷ୍ପ ଆସିବ । ଫଳରେ ଅଳ୍ପ କିଛି ସ୍ଥାନରେ ଶୀତର ପ୍ରକୋପ ସାମାନ୍ୟ କମିବ । ସେପଟେ ଆସନ୍ତା ୭ଦିନ ଯାଏ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ଓ ଶୀତ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାର ଫୁଲବାଣୀରେ ୬ ଡିଗ୍ରୀ, କୋରାପୁଟରେ ୭, ବୌଦ୍ଧ ଓ ନବରଙ୍ଗପୁରରେ ୮ଡିଗ୍ରୀ ରହିପାରେ ବୋଲି ଆକଳନ କରାଯାଇଛି । ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍‌ ଶୀତ ହେବ । ଏଠାରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗର ଆକଳନରୁ ଜଣାପଡ଼ିଛି । ଶନିବାର ଜି. ଉଦୟଗିରିରେ ପାରଦ ସବୁଠୁ କମ୍‌ ୫.୬ ଡିଗ୍ରୀ ରେକର୍ଡ ହୋଇଥିଲା । ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୭ ଡିଗ୍ରୀ ରହିଥିଲା । ଅନୁଗୁଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩.୯ ଡିଗ୍ରୀ କମ୍‌ ରହିଥିଲା । କୋରାପୁଟରେ ସ୍ୱାଭାବିକଠାରୁ ୩.୬ ଡିଗ୍ରୀ, ଭବାନୀପାଟଣା ଓ ଝାରସୁଗୁଡ଼ାରେ ୨.୧ ଡିଗ୍ରୀ କମ୍‌ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ 🔴 ଭାରତ ସହ ଟି-୨୦ ବିଶ୍ବକପ୍ ଖେଳିବ ପାକିସ୍ତାନ 🔴 ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି 🔴 ଉମରକୋଟରେ ୧୨ ଘଣ୍ଟିଆ ବନ୍ଦ ପାଳନ 🔴 ରାଜଧାନୀରେ ଦୁର୍ଘଟଣା, ବ୍ରିଜ୍ ତଳକୁ ଖସି ଘର ଉପରେ ପଡ଼ିଲା କାର 🔴 ପାହାଡ଼ ଚଢିଲେ ଜିଲ୍ଲାପାଳ, ଉପରୁ ତଳକୁ ଆସିବେ ୮ ପରିବାର 🔴 ୪ ଭାରତୀୟ ଡାକ୍ତରୀ ଛାତ୍ରଙ୍କୁ ଛୁରାମାଡ଼ 🔴 ରାତିରେ ପାରଦ ଖସୁଛି 🔴 ଆଜିଠାରୁ ପୁରୁଷ ଟ୍ବେଣ୍ଟି-୨୦ ବିଶ୍ବକପ୍‌ 🔴 ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି 🔴 ଟପ୍ କମାଣ୍ଡର ଉଧମ ସିଂହ ନିହତ