Masthead

‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ।  ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଯୁବ ଛାତ୍ର କ୍ରାନ୍ତି ସେନାର ରାଜ୍ୟ ଆବାହକ ପାର୍ଥସାରଥୀ ମୁଦୁଲି ।

କହିଛନ୍ତି ବାଲେଶ୍ଵର ଫକୀରମୋହନ ସ୍ଵୟଂଶାସିତ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ କଲେଜ କର୍ତ୍ତୃପକ୍ଷ, ନିର୍ଯାତନା ଦେଉଥିବା ଅଧ୍ୟାପକ ଏବଂ କର୍ତ୍ତୃପକ୍ଷଙ୍କ ଜ୍ଞାତସାରରେ ଥିବା ଛାତ୍ରୀଙ୍କ ପ୍ରତି ଏହି ନିର୍ଯାତନା ବିଷୟରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବା, ସିଧାସଳଖ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମକୁ ଗଭୀର ନିନ୍ଦା କରୁଛି । ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ସମ୍ମାନ ନ୍ୟାୟ ଦେବା ସରକାରଙ୍କ ନୈତିକ ଦାୟିତ୍ୱ ।

ପୂର୍ବରୁ ସମସ୍ତ ଅଭିଯୋଗ କଲେଜ କମିଟି ପାଇଥିଲେ ମଧ୍ୟ ଉପଯୁକ୍ତ ପଦକ୍ଷେପ ନେଲେ ନାହିଁ । ବରଂ ସଂପୃକ୍ତ ଛାତ୍ରୀଙ୍କୁ ଅଭିଯୋଗ ପ୍ରତ୍ୟାହାର ପାଇଁ କଲେଜରୁ ବିଦା କରି ଦେବାର ଭୟ ଦେଖାଇ ଥିଲେ । ଅନ୍ୟ ପିଲାଙ୍କୁ ଲଗାଇ ଝିଅଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣି ସମ୍ପୂର୍ଣ୍ଣ ଚାପ ସୃଷ୍ଟି କରାଯାଇଥିଲା । କୌଣସି ନ୍ୟାୟ ନ ପାଇ କଲେଜ ସାମ୍ନାରେ ଆତ୍ମାହୁତି ପାଇଁ ପଦକ୍ଷେପ ଭଳି ଏକ ଚରମ ନିଷ୍ପତ୍ତି ନେଇଛନ୍ତି ପୀଡତା । ଏହା ଏକ ଦୁଃଖଦ ଓ ଲଜ୍ୟାଜନକ ଘଟଣା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା