ପୁରୀ-କୋଣାର୍କ ବାଲିଘାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ, ୧୦ ଗୁରୁତର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ-କୋଣାର୍କ ବାଲିଘାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ମୋ ବସ୍ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ, ଆଜି ସକାଳେ ଏକ ମୋ ବସ୍‌ ପୁରୀରୁ କୋଣାର୍କ ଯାଉଥିଲା। ବସ୍‌ରେ ସମୁଦାୟ ୭ ଜଣ ଥିଲେ। ଉକ୍ତ ସମୟରେ ଚନ୍ଦ୍ରଭାଗାରୁ ପୁରୀ ଅଭିମୁଖେ ଏକ କାର୍‌ ଆସୁଥିବା ବେଳେ ସେଥିରେ ୫ ଜଣ ଥିଲେ। ଡିଫେନ୍ସ ରୋଡରେ ଉଭୟ ଗାଡ଼ି ମୁହାଁମୁହିଁ ପିଟି ହୋଇଥିଲେ। ଏହାପରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡ଼ିର ସମ୍ମୁଖ ପଟ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’