Masthead

ପୁରୀ-କୋଣାର୍କ ବାଲିଘାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଜଣେ ମୃତ, ୧୦ ଗୁରୁତର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ-କୋଣାର୍କ ବାଲିଘାଇ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ମୋ ବସ୍ ଡ୍ରାଇଭର ମଧ୍ୟ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ, ଆଜି ସକାଳେ ଏକ ମୋ ବସ୍‌ ପୁରୀରୁ କୋଣାର୍କ ଯାଉଥିଲା। ବସ୍‌ରେ ସମୁଦାୟ ୭ ଜଣ ଥିଲେ। ଉକ୍ତ ସମୟରେ ଚନ୍ଦ୍ରଭାଗାରୁ ପୁରୀ ଅଭିମୁଖେ ଏକ କାର୍‌ ଆସୁଥିବା ବେଳେ ସେଥିରେ ୫ ଜଣ ଥିଲେ। ଡିଫେନ୍ସ ରୋଡରେ ଉଭୟ ଗାଡ଼ି ମୁହାଁମୁହିଁ ପିଟି ହୋଇଥିଲେ। ଏହାପରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ଯାଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଉଭୟ ଗାଡ଼ିର ସମ୍ମୁଖ ପଟ ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର