Masthead

ଆଉ ଚଳିବନି ଦାଦାଙ୍କ ରାଜୁତି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଅଶାନ୍ତ ହେଉଛି ରାଜଧାନୀ। ସବୁଠି ଚାଲିଛି ଗୁଣ୍ଡାଗର୍ଦ୍ଦି। ଲୋକାଲ ଦାଦାଙ୍କ କୃପା ନ ହେଲେ କିଛି କରିହେଉନି। ଛୋଟ ପାନ ଦୋକାନଠାରୁ ଆରମ୍ଭ କରି ଜମି କିଣା ପର୍ଯ୍ୟନ୍ତ ସବୁଠି ଆଦାୟ ହେଉଛି ଦାଦାବଟି। ଭୁବନେଶ୍ୱର ସହର ସମେତ ଉପକଣ୍ଠ ଅଞ୍ଚଳ‌ରେ ଏହି ଦାଦାମାନଙ୍କ ଉତ୍ପାତ ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଏନେଇ ଥାନାକୁ ଅଭିଯୋଗ ଆସିଲେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ପୋଲିସ ନିରବ ରହିଯାଉଛି।

ଏବେ କିନ୍ତୁ ଦାଦାଙ୍କୁ ସାବାଡ଼ କରିବାକୁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ। ଜନସାଧାରଣଙ୍କୁ ଆତଙ୍କିତ କରି ରଖିଥିବା ତଥାକଥିତ ଦାଦାମାନଙ୍କ ବିରୋଧରେ ଆବଶ୍ୟକ ପଡ଼ିଲେ ଏନ୍‌ଏସ୍‌ଏ ବଳରେ ମାମଲା ରୁଜୁ ହେବ। ଆଜି ପୋଲିସ ସେବା ଭବନରେ ବସିଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ‘ଦାଦା’ମାନଙ୍କୁ ଖୋଜି ସାବାଡ୍ କରିବାକୁ ସମସ୍ତ ଇନ୍ସପେକ୍ଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଇନ୍ସପେକ୍ଟରମାନଙ୍କୁ କୁହାଯାଇଛି ଯେ ସେମାନେ ନିଜ ନିଜ ଥାନା ଅଞ୍ଚଳରୁ ଦାଦାବଟି ଆଦାୟ କରୁଥିବା ଯୁବକଙ୍କୁ ଚିହ୍ନଟ କରିବେ। ବାରମ୍ବାର ଅଭିଯୋଗ ଆସୁଥିବା ଦାଦାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା