କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ନାଁରେ ‘ଲୁକ୍ ଆଉଟ୍ ନୋଟିସ୍’ ଜାରି କଲା କମିଶନରେଟ୍ ପୋଲିସ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବଢିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ । ସୌରିନ୍ ଭଟ୍ଟଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଛି କମିଶନରେଟ୍ ପୋଲିସ । କୋଲକାତାରେ  ନପାଇବା ପରେ ଲୁ୍କ ଆଉଟ୍ ସର୍କୁଲାର ଜାରି କରାଯାଇଛି । ତାଙ୍କୁ ଖୋଜିବାକୁ କୋଲକତା ଯାଇଥିଲେ ପୋଲିସ । ତିନୋଟି ସ୍ଥାନରେ ଖୋଜିବା ପରେ ମଧ୍ୟ ସୌରିନ ଭଟ୍ଟଙ୍କୁ ପାଇନଥିଲା ପୋଲିସ । ଏହା ପରେ କମିଶନରେଟ୍ ପୋଲିସ ପକ୍ଷରୁ ଲୁକ୍ ଆଉଟ୍ ସର୍କୁଲାର ଜାରି କରାଯାଇଛି ।

ସୌରିନଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ରହିଛି । ଏହି ମାମଲାରେ କଟକ ମହିଳା ଥାନାରେ ହାଜର ହୋଇଥିଲେ ସୌରିନ ଭଟ୍ଟ । ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ପାଇଁ ମଧ୍ୟ ଆବେଦନ କରିଥିଲେ, ହେଲେ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!