Masthead

ଅଭୟଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର । ପାଠକଙ୍କ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ କରିଥିଲେ । ଏବେ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ବହିଷ୍କାର କରାଯାଇଛି । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରାଜ୍ୟ ସରକାର କରିଥିଲେ ନିଲମ୍ବିତ । ୧୯୮୭ ବ୍ୟାଚର ଏହି ଆଇଏଫ୍ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର କରିଥିବା ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଗତବର୍ଷ ଗିରଫ କରିଥିଲା ଭିଜିଲାନ୍ସ। ତାଙ୍କ ପୁଅ ଆକାଶଙ୍କୁ ମଧ୍ୟ ଠକେଇ ଅଭିଯୋଗରେ ଗିରଫ କରାଯାଇଛି।

ଉଭୟ ପାଠକ ବାପପୁଅ ଏବେ ଜେଲରେ ଅଛନ୍ତି। ବରିଷ୍ଠ ଆଇଏଫ୍ଏସ୍ ଅଭୟକାନ୍ତ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହି ସମୟରେ ତାଙ୍କ ପୁଅ ମଧ୍ୟ ରାଡାର ମଧ୍ୟକୁ ଆସିଥିଲେ। ଉଭୟ ପାଠକ ବାପପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ ଉଡ଼ାଣ, ତଥା ସଉକ ଆଦି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ