Masthead

ଅଭୟଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଇଏଫଏସ ଅଫିସର ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର । ପାଠକଙ୍କ ଅବସର ପାଇଁ ରାଜ୍ୟ ସରକାର ସୁପାରିଶ କରିଥିଲେ । ଏବେ ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ବହିଷ୍କାର କରାଯାଇଛି । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରାଜ୍ୟ ସରକାର କରିଥିଲେ ନିଲମ୍ବିତ । ୧୯୮୭ ବ୍ୟାଚର ଏହି ଆଇଏଫ୍ଏସ୍ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର କରିଥିବା ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଗତବର୍ଷ ଗିରଫ କରିଥିଲା ଭିଜିଲାନ୍ସ। ତାଙ୍କ ପୁଅ ଆକାଶଙ୍କୁ ମଧ୍ୟ ଠକେଇ ଅଭିଯୋଗରେ ଗିରଫ କରାଯାଇଛି।

ଉଭୟ ପାଠକ ବାପପୁଅ ଏବେ ଜେଲରେ ଅଛନ୍ତି। ବରିଷ୍ଠ ଆଇଏଫ୍ଏସ୍ ଅଭୟକାନ୍ତ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହେବା ପରେ ଭିଜିଲାନ୍ସ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଡ୍ କରାଯାଇଥିଲା। ଏହି ସମୟରେ ତାଙ୍କ ପୁଅ ମଧ୍ୟ ରାଡାର ମଧ୍ୟକୁ ଆସିଥିଲେ। ଉଭୟ ପାଠକ ବାପପୁଅଙ୍କ ଅମାପ ସମ୍ପତ୍ତି, ଭଳିକି ଭଳି ଦାମୀ ଗାଡ଼ି, ଦେଶର ବିଭିନ୍ନ ସ୍ଥାନରେ ଫ୍ଲାଟ, ଚାଟାର୍ଡ ଫ୍ଲାଇଟରେ ଉଡ଼ାଣ, ତଥା ସଉକ ଆଦି ଦେଖି ଭିଜିଲାନ୍ସ ଅଧିକାରୀଙ୍କ ଆଖି ଖୋସି ହୋଇଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି