Masthead

କହିଥିଲେ ୩ଶହ ଦେଲେ ୨ଶହ…ବିଜେଡି ରାଲିରେ ଛୁରାମାଡ଼

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ବିଜେଡି ରାଲିରେ ଟଙ୍କା ବଣ୍ଟାକୁ ନେଇ ଗଣ୍ଡଗୋଳ ।  ଯୁବକଙ୍କୁ ଛୁରାମାଡ ।  ଗୁରୁତର ଅବସ୍ଥାରେ ବାରିପଦା ସ୍ଥିତ ପିଆରଏମ୍ ମେଡିକାଲରେ ଭର୍ତ୍ତି।  ଆହତ ଯୁବକ ଜଣକ ବେତନଟି ଥାନା ଅନ୍ତର୍ଗତ ତୁଳସୀ ଚଉରା ଗ୍ରାମର ଡମ୍ବରୁଧର ମହାନ୍ତ।  ଗତକାଲି ବଡ଼ସାହି ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଠାରେ ବିଜେଡି ଦଳ ପକ୍ଷରୁ ଏକ ମିଶ୍ରଣ ପର୍ବ ପାଇଁ ରାଲିର ଆୟୋଜନ ହୋଇଥିଲା  ।

ଯେଉଁଥିରେ ରାଲିରେ ଆସିଥିବା ଲୋକଙ୍କୁ ୩ଶହ ଟଙ୍କା ଦିଆଯିବ ବୋଲି କୁହାଯାଇଥିଲା । ହେଲେ ସନ୍ଧ୍ୟା ସମୟରେ ୨ଶହ ଟଙ୍କା ପ୍ରଦାନ କରିବା ପରେ ଗଣ୍ଡଗୋଳ ହୋଇଥିଲା ।  ସୁଜିତ କୁମାର ମହାନ୍ତ ନାମକ ଯୁବକ ଜଣକ ଡମ୍ବରୁଧରଙ୍କୁ ଛୁରା ମାଡ କରିଥିଲା । ଆହତ ଡମ୍ବରୁଧରଙ୍କୁ  ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି