Masthead

ସିନ୍ଧୁଙ୍କୁ ସମ୍ବର୍ଦ୍ଧନା

 ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଲମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ପି.ଭି.ସିନ୍ଧୁ ଭାରତ ଫେରିବା ପରେ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା କରାଯାଇଛି । ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷନ ରେଡ୍ଡୀ, କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ନିଶିଥ ପରମାଣିକ ସିନ୍ଧୁ ଓ ତାଙ୍କ କୋଚ୍ ପାର୍କ ତାଇ ସାଂଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ଅବସରରେ ଶ୍ରୀ ଠାକୁର କହିଥିଲେ ଯେ ପି.ଭି. ସିନ୍ଧୁ ନିଜକୁ ଭାରତର ମହାନତମ ଅଲିମ୍ପିଆନଙ୍କ ମଧ୍ୟରେ ନିଜକୁ ସାମିଲ କରିସାରିଛନ୍ତି । ଦୁଇଟି ଅଲିମ୍ପିକ୍ସରେ ପଦକ ଜିତିବାରେ ତାଙ୍କର ସଫଳତା ଭାରତର ଭାବି ଆଥଲେଟମାନଙ୍କୁ ପ୍ରେରଣା ପ୍ରଦାନ କରିବ । ଏହି ସମ୍ବର୍ଦ୍ଧନାକୁ ଗ୍ରହଣ କରି ସିନ୍ଧୁ କହିଥିଲେ ଯେ ସେମିଫାଇନାଲକୁ ଯାଇପାରିନଥିବାରୁ ସେ ଟିକିଏ ଦୁଃଖିତ ଅଛନ୍ତି, ମାତ୍ର ଦୁଇଟି ଅଲିମ୍ପିକ୍ସରେ ପଦକ ଜିତି ସେ ସନ୍ତୋଷ ଅନୁଭବ କରୁଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସିନ୍ଧୁଙ୍କ ପିତାମାତା ପି.ଭି.ରମନ୍ନା ଓ ପି.ବିଜୟାଙ୍କୁ ହାଇଦ୍ରାବାଦରୁ ସ୍ବତନ୍ତ୍ରଭାବେ ଆମନ୍ତ୍ରଣ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍