Masthead

ରାୟବରେଲିରୁ ନିର୍ବାଚନ ଲଢିବେ ରାହୁଲ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ ନାମାଙ୍କନ ପାଇଁ ଶେଷ ଦିନ ଆଜି ଅର୍ଥାତ୍‌ ଶୁକ୍ରବାର। ଏଭଳି ପରିସ୍ଥିତିରେ ଶେଷ ମୁହୂର୍ତ୍ତରେ ଦଳ ନିଷ୍ପତ୍ତି ନେଇଛି ଯେ ରାହୁଲ ଗାନ୍ଧୀ ରାଏବରେଲି ଏବଂ ଆମେଠି ଲୋକ ସଭା ଆସନରୁ କେ.ଏଲ ଶର୍ମା ପ୍ରତିଦ୍ୱନ୍ଦ୍ୱିତା କରିବେ। ଶୁକ୍ରବାର ସକାଳେ କଂଗ୍ରେସ ଏହାର ସରକାରୀ ଘୋଷଣା କରିଛି।

ସେହିପରି ପ୍ରିୟଙ୍କା ଗାନ୍ଧୀ ଚଳିତ ନିର୍ବାଚନ ଲଢ଼ିବେନି ବୋଲି ମଧ୍ୟ ସ୍ପଷ୍ଟ ହୋଇଛି । ଉତ୍ତରପ୍ରଦେଶର ଏହି ଦୁଇଟି ଆସନ କଂଗ୍ରେସ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ । ରାୟବରେଲିରେ ସୋନିଆ ଗାନ୍ଧୀ ଲଗାତାର ଜିତିଆସୁଥିବା ବେଳେ ଚଳିତ ଥର ସେ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାରୁ ସଂସଦ ଯାଇଛନ୍ତି । ତାଙ୍କ ସ୍ଥାନରେ ଏଥର ରାହୁଲ ଗାନ୍ଧୀଙ୍କୁ ପ୍ରାର୍ଥୀ କରିଛି ଦଳ । ସେହିପରି ଆମେଥି ଆସନରେ ୨୦୦୪ରୁ ରାହୁଲ ଜିତି ଆସୁଥିବା ବେଳେ ୨୦୧୯ରେ ଏହି ବିଜୟରେ ବ୍ରେକ ଲଗାଇଥିଲେ ସ୍କୃତି ଇରାନୀ । ଚଳିତ ଥର ମଧ୍ୟ ସ୍ମୃତି ଇରାନୀଙ୍କୁ ପ୍ରାର୍ଥୀ କରିଛି ବିଜେପି । ତେବେ ଚଳିତ ନିର୍ବାଚନରେ ଏହି ଆସନରେ ସ୍ମୃତିଙ୍କୁ ଟକ୍କର ଦେବେ କଂଗ୍ରେସର କିଶୋରୀ ଲାଲ ଶର୍ମା ।

ଏଥି ସହ ରାହୁଲ ଗାନ୍ଧୀ ମଧ୍ୟ କେରଳର ୱାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଗତ ଥର ସେ କେବଳ ୱାୟନାଡରୁ ଜିତିଥିଲେ। ୱାୟାନାଡରେ ମତଦାନ ସରିଛି। ମେ ୨୦ରେ ଆମେଠି ଏବଂ ରାୟବରେଲିରେ ମତଦାନ ହେବ। ୨୬ ଏପ୍ରିଲରୁ ଆମେଠି ଏବଂ ରାୟବରେଲିରେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଶେଷ ତାରିଖ ହେଉଛି ମେ ୩। ଭାରତୀୟ ଜନତା ପାର୍ଟି ପୁଣିଥରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀଙ୍କୁ ଆମେଥୀରୁ ପ୍ରାର୍ଥୀ ଘୋଷଣା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ