Masthead

କର୍ଣ୍ଣାଟକ ବିଧାନସଭା ନିର୍ବାଚନ, ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ୧୨୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଯେଉଁଥିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୟାଙ୍କୁ ବରୁଣା ଆସନରୁ ଲଢ଼ିବା ପାଇଁ ଟିକେଟ ମିଳିଛି । ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ଡି.କେ ଶିବକୁମାର ତାଙ୍କ କନକପୁରା ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚନ ଲଢ଼ିବେ। ଦଳର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱରଙ୍କୁ କୋରାଟାଗେର (ଏସସି) ନିର୍ବାଚନମଣ୍ଡଳୀରୁ ସିଟ୍‌ ମିଳିଛି।

ଗତ ମାର୍ଚ୍ଚ ୧୭ରେ ଦିଲ୍ଲୀରେ ଏକ ବୈଠକ ପରେ କଂଗ୍ରେସ କେନ୍ଦ୍ରୀୟ ନିର୍ବାଚନ କମିଟି ପ୍ରଥମ ପର୍ୟ୍ୟାୟ ତାଲିକା ପ୍ରକାଶ କରିଛି । ଏହି ସଭାରେ ରାହୁଲ ଗାନ୍ଧି ମଧ୍ୟ ଉପସ୍ଥିତ ଥିଲେ। କର୍ଣ୍ଣାଟକରେ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଥିବା କଂଗ୍ରେସ ହେଉଛି ପ୍ରଥମ ଦଳ। କିନ୍ତୁ ବିଧାନସଭା ନିର୍ବାଚନ ପାଇଁ ଏପର୍ୟ୍ୟନ୍ତ ତାରିଖ ଘୋଷଣା କରାଯାଇ ନାହିଁ। ବର୍ତ୍ତମାନର ବିଧାନସଭାର କାର୍ୟ୍ୟକାଳ ଶେଷ ହେବା ପରେ କର୍ଣ୍ଣାଟକରେ ବିଧାନସଭା ନିର୍ବାଚନ ମେ ‘ପୂର୍ବରୁ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ