Before Header

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

0 896

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ । ଜଳେଶ୍ବର, ବରୀ, ଆଠମଲ୍ଲିକ, ଆଠଗଡ଼, ପୁରୀରେ ବଦଳିଲେ ପ୍ରାର୍ଥୀ । ଜଳେଶ୍ବରରେ ଦେବୀ ପ୍ରସନ୍ନ ଚାନ୍ଦଙ୍କ ସ୍ଥାନରେ ସୁଦର୍ଶନ ଦାସଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ସେହିପରି ଆଠମଲ୍ଲିକରେ ବିଜୟାନନ୍ଦ ଚାଉଳିଆଙ୍କ ସ୍ଥାନରେ ହିମାଂଶୁ ଚାଉଳିଆଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ଆଠଗଡ଼ରେ ମେହବୁବ ଅହମ୍ମଦ ଖାନ୍‌ଙ୍କ ଜାଗାରେ ହେଲେ ସୁଦର୍ଶନ ସାହୁଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ପୁରୀରେ ସୁଜିତ ମହାପାତ୍ରଙ୍କ ସ୍ଥାନରେ ଉମାବଲ୍ଲଭ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ । ସେପଟେ ନୀଳଗିରି ବିଧାନସଭା ଆସନ ପାଇଁ ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କଲା କଂଗ୍ରେସ ।

Leave A Reply

Your email address will not be published.