Masthead

କଂଗ୍ରେସର ସିଡ଼ବ୍ଲୁସି ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଭାରତୀୟ ଜାତୀୟ କଂଗ୍ରେସର ସିଡ଼ବ୍ଲୁସି ବୈଠକ ବସିଛି । ଏଥିରେ ଦଳର ନୂଆ ଅଧ୍ୟକ୍ଷ ନିର୍ବାଚନ ବିଷୟରେ ଆଲୋଚନା ହେବାର ସମ୍ଭାବନା ରହିଛି । ସିଡ଼ବ୍ଲୁସିର ଏହି ଭିଡ଼ିଓ କନଫେରେନ୍ସିଂ ବୈଠକରେ ସକାଳ ୧୦ ଟା ୩୦ରେ ଆରମ୍ଭ ହୋଇଛି । ବୈଠକରେ ନୂଆ ଅଧ୍ୟକ୍ଷ ନିର୍ବାଚନ ସହ କୃଷକ ଆନ୍ଦୋଳନ ଓ କିଛି ଅନ୍ୟପ୍ରସଙ୍ଗ ଉପରେ ମଧ୍ୟ ଚର୍ଚ୍ଚା ହେବାର ସମ୍ଭାବନା ରହିଛି ।

ଅଧ୍ୟକ୍ଷ ନିର୍ବାଚନକୁ ସବୁଜ ସଙ୍କେତ ମିଳିବ ବୋଲି ଆଶା କରାଯିବା ସହ ତାରିଖ ମଧ୍ୟ ଘୋଷଣା ହୋଇପାରେ । ଗତ ଲୋକସଭା ନିର୍ବାଚନରେ କଂଗ୍ରେସ ପରାଜିତ ହେବା ପରେ ଅଧ୍ୟକ୍ଷ ଥିବା ରାହୁଲ ଗାନ୍ଧୀ ନିଜ ପଦବୀରୁ ଇସ୍ତଫା ଦେଇଥିଲେ । ଏହାପରେ ସୋନିଆ ଗାନ୍ଧୀ ଅନ୍ତରୀଣ ଅଧ୍ୟକ୍ଷା ଭାବେ ଦାୟିତ୍ୱ ତୁଲାଉଛନ୍ତି । ବିହାର ବିଧାନସଭା ନିର୍ବାଚନ ସହ ଅନ୍ୟ କିଛି ରାଜ୍ୟର ଉପନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟର ସାମ୍ନା କରିଛି । ଏହାପରେ ଗୁଲାମ ନବୀ ଆଜାଦ ଓ କପିଲ ସିବଲଙ୍କ ଭଳି କିଛି ନେତା ଦଳରେ ସକ୍ରିୟ ଅଧ୍ୟକ୍ଷ ନିଯୁକ୍ତି ନେଇ ଦାବି କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା