ଅମିତ ଶାହାଙ୍କ ବିରୋଧରେ ଏତଲା ଦେଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯଦି କଂଗ୍ରେସ କ୍ଷମତାକୁ ଆସିବ ତେବେ ସାମ୍ପ୍ରଦାୟିକ ଦଙ୍ଗା ହେବ ବୋଲି ଏକ ରାଲିରେ ମନ୍ତବ୍ୟ ଦେଇଥିବା ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହାଙ୍କ ନାଁରେ ବରିଷ୍ଠ କଂଗ୍ରେସ ‘ଏଫ୍ଆଇଆର୍’ ଫାଇଲ୍ କରିଛି ।କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେଲେ ଦଙ୍ଗା ପ୍ରପୀଡ଼ିତ ହେବ ଏବଂ ରାଜ୍ୟରେ ସାମ୍ପ୍ରଦାୟିକ ସଦଭାବ ବାଧାପ୍ରାପ୍ତ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ।

କର୍ଣ୍ଣାଟକ ଦାୟିତ୍ୱରେ ଥିବା ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯେ୍ୟୱାଲା, ରାଜ୍ୟ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ହାଇ ଗ୍ରାଉଣ୍ଡସ ଥାନାକୁ ଯାଇ ଏସଏଚଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଗତ ୨୫ ତାରିଖରେ ଶାହା ବିଜୟପୁରାରେ ଏକ ସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସର ଭାବମୂର୍ତ୍ତି କ୍ଷୁର୍ଣ୍ଣ କରିବା ଲାଗି ମିଥ୍ୟା ଷଡ଼ଯନ୍ତ୍ରପୂର୍ଣ୍ଣ ବୟାନ ଦେଇଥିଲେ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଉପସ୍ଥିତ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଭେଦଭାବର ବାତାବରଣ ସୃଷ୍ଟି କରିବା ଶାହାଙ୍କ ମନ୍ତବ୍ୟର ଉଦ୍ଦେଶ୍ୟ ଥିଲା ବୋଲି କଂଗ୍ରେସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ