Masthead

ଅମିତ ଶାହାଙ୍କ ବିରୋଧରେ ଏତଲା ଦେଲା କଂଗ୍ରେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଯଦି କଂଗ୍ରେସ କ୍ଷମତାକୁ ଆସିବ ତେବେ ସାମ୍ପ୍ରଦାୟିକ ଦଙ୍ଗା ହେବ ବୋଲି ଏକ ରାଲିରେ ମନ୍ତବ୍ୟ ଦେଇଥିବା ଗୃହମନ୍ତ୍ରୀ ତଥା ବିଜେପି ନେତା ଅମିତ ଶାହାଙ୍କ ନାଁରେ ବରିଷ୍ଠ କଂଗ୍ରେସ ‘ଏଫ୍ଆଇଆର୍’ ଫାଇଲ୍ କରିଛି ।କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହେଲେ ଦଙ୍ଗା ପ୍ରପୀଡ଼ିତ ହେବ ଏବଂ ରାଜ୍ୟରେ ସାମ୍ପ୍ରଦାୟିକ ସଦଭାବ ବାଧାପ୍ରାପ୍ତ ହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଥିଲେ।

କର୍ଣ୍ଣାଟକ ଦାୟିତ୍ୱରେ ଥିବା ଏଆଇସିସି ସାଧାରଣ ସମ୍ପାଦକ ରଣଦୀପ ସିଂ ସୂର୍ଯେ୍ୟୱାଲା, ରାଜ୍ୟ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି. ପରମେଶ୍ୱର ହାଇ ଗ୍ରାଉଣ୍ଡସ ଥାନାକୁ ଯାଇ ଏସଏଚଓଙ୍କ ନିକଟରେ ଅଭିଯୋଗ କରିଥିଲେ। ଗତ ୨୫ ତାରିଖରେ ଶାହା ବିଜୟପୁରାରେ ଏକ ସଭାକୁ ଉଦବୋଧନ ଦେବା ଅବସରରେ କଂଗ୍ରେସର ଭାବମୂର୍ତ୍ତି କ୍ଷୁର୍ଣ୍ଣ କରିବା ଲାଗି ମିଥ୍ୟା ଷଡ଼ଯନ୍ତ୍ରପୂର୍ଣ୍ଣ ବୟାନ ଦେଇଥିଲେ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଉପସ୍ଥିତ ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ଭେଦଭାବର ବାତାବରଣ ସୃଷ୍ଟି କରିବା ଶାହାଙ୍କ ମନ୍ତବ୍ୟର ଉଦ୍ଦେଶ୍ୟ ଥିଲା ବୋଲି କଂଗ୍ରେସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ