Masthead

କଂଗ୍ରେସ କୌଣସି ଧର୍ମକୁ କି ଧର୍ମଗୁରୁଙ୍କୁ ଅପମାନିତ କରିନାହିଁ: ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାନୁଆରୀ ୨୨ରେ ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ । ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ମନା କରିଛି କଂଗ୍ରେସ । ଯାହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ବିଜେପି ସମାଲୋଚନା କରୁଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଭଗବାନ ରାମଙ୍କ ଉପରେ ଆସ୍ଥା ରଖିଥିବା କୌଣସି ଭକ୍ତ ଯେକୌଣସି ଦିନ ଅଯୋଧ୍ୟା ଯାଇ ମନ୍ଦିରରେ ଦର୍ଶନ କରିପାରିବେ।

ବିଜେପି ଏକ ଷଡ଼ଯନ୍ତ୍ରର ଅଂଶବିଶେଷ ସ୍ୱରୂପ କଂଗ୍ରେସକୁ ଟାର୍ଗେଟ କରୁଛି। କଂଗ୍ରେସ କୌଣସି ଧର୍ମକୁ କି ଧର୍ମଗୁରୁଙ୍କୁ ଅପମାନିତ କରିନାହିଁ। କିନ୍ତୁ ବିଜେପିର ଧ୍ୟାନ ହଟାଇବା କୌଶଳରେ ଦଳ ପଡ଼ିବ ନାହିଁ। ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗଦେବା ପାଇଁ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ନେତ୍ରୀ ସୋନିଆ ଗାନ୍ଧୀ ଓ ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା। କିନ୍ତୁ ଏହି ଉତ୍ସବରେ ଯୋଗ ଦେବେ ନାହିଁ ବୋଲି ସେମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ