Masthead

ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ମଧ୍ୟ ଜାରି କଲା ହ୍ବିପ୍ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସୂଚନା । ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ । ୧୬ ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାଜ୍ୟସଭା ଭୋଟ ହେବ । ତେଣୁ କୌଣସି ବିଧାୟକ ହେଡ୍ କ୍ୱାର୍ଟର ଛାଡ଼ିବେ ନାହିଁ । ସମସ୍ତ ବିଧାୟକ ଆସନ୍ତା ୧୩ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହିଁ ରହିବେ । ଏହି ୩ ଲାଇନ ହ୍ୱିପ୍ ନ ମାନିଲେ ଦଳ କଠୋର କାର୍ଯ୍ୟାନୁଷ୍ଠାନ ନେବ ବୋଲି ସ୍ପଷ୍ଟ କରିଛି । ତେବେ ଏ ହ୍ୱିପ୍‌କୁ କିଏ ଡେଇଁବ, ତାହା ଉପରେ ବି ନଜର ରହିଛି ।

ଅନ୍ୟପଟେ ବୁଧବାର ବିଜେଡି ପକ୍ଷରୁ ମଧ୍ୟ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏଭଳି ହ୍ୱିପ୍ର ଚିଠି ସମସ୍ତ ବିଧାୟକଙ୍କୁ ପଠାଇଛନ୍ତି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ୫ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି । ବିଜେପିରୁ ରାଜ୍ୟ ସଭାପତି ମନମୋହନ ସାମଲ, ସୁଜିତ କୁମାର ଏବଂ ବିଜେଡିରୁ ସଂତୃପ୍ତ ମିଶ୍ର ପ୍ରଥମ ପସନ୍ଦରେ ନିର୍ବାଚିତ ହେବା ସ୍ପଷ୍ଟ ହୋଇଛି । ରୋଚକ ହେବାକୁ ଯାଉଛି ଚତୁର୍ଥ ଆସନ ଲଢ଼େଇ । ବିଜେଡି-କଂଗ୍ରେସ-ସିପିଆଇଏମ୍ର ମିଳିତ ପ୍ରାର୍ଥୀ ଭାବେ ରାଜ୍ୟର ସୁନାମଧନ୍ୟ ଡାକ୍ତର ପ୍ରଫେସର ଦତ୍ତେଶ୍ୱର ହୋତା ମଇଦାନରେ । ଏହି ଆସନ ପାଇଁ ବିଜେପି ସମର୍ଥନରେ ଲଢ଼ୁଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟ । ଦତ୍ତେଶ୍ୱର-ଦିଲ୍ଲୀପଙ୍କ ମଧ୍ୟରୁ କିଏ ବାଜି ମାରିବ, ସେ ନେଇ ଚାଲିଛି ଅଙ୍କକଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ଜନ ଗଣନା କରିବାକୁ ଯାଇ ଶିକ୍ଷୟତ୍ରୀ ନିଖୋଜ 🔴 ଆମେରିକାର ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ 🔴 ଖରାରେ ସିଝୁଛି ଓଡ଼ିଶା 🔴 ଶିଖରଚଣ୍ଡୀ ପାହାଡ଼ରେ ପୁଣି ଦନ୍ତା ଆତଙ୍କ 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି